ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ନୂତନ ଲଘୁଚାପ । ଆଜି ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।
ସେପଟେ ସମୁଦ୍ର ଉପରେ ଥିବା ପ୍ରଣାଳୀର ପ୍ରଭାବରେ, ଆଜି ଏବଂ ଆଗାମୀ ପାଞ୍ଚ ଦିନ ପାଇଁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଆଇଏମଡି ଜୁଲାଇ ୪ ପର୍ଯ୍ୟନ୍ତ ବର୍ଷା ସତର୍କତା ଜାରି କରିଛି। ୪ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।
ଜୁନ୍ ୨୯ରେ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ବାଲେଶ୍ଵର ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଜୁନ୍ ୩୦ରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଦେବଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ସେହିପରି ଜୁଲାଇ ୧ ନୟାଗଡ଼, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, କଟକ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଜୁଲାଇ ୨ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଜୁଲାଇ ୩ରେ ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଜୁଲାଇ ୪ ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।
Comments are closed.