Latest Odisha News

BREAKING NEWS

ସୃଷ୍ଟି ହେଲା ଆଉ ଏକ ଲଘୁଚାପ,ପ୍ରବଳ ବର୍ଷିବ

ଭୁବନେଶ୍ୱର : ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଆଜି  ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ ହୋଇଛି।  ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଲଘୁଚାପ ପ୍ରଭାବରେ ମଙ୍ଗଳବାର ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ୪ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ‌ସେହିଭଳି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ‌ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।  ଓଡ଼ିଶା ଉପକୂଳର ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବ। ଏଣୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଏହି ଅଞ୍ଚଳର ଗଭୀର ସମୁଦ୍ର ଅଞ୍ଚଳକୁ ପ୍ରବେଶ ନ କରିବାକୁ ମତ୍ସ୍ୟଜୀବୀମାନଙ୍କୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.