Latest Odisha News

BREAKING NEWS

ଆଜିଠାରୁ ରାଜ୍ୟର ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋ‌ପସାଗର ଗତକାଲି ସୃଷ୍ଟ ହୋଇଛି ଏକ ଘୂର୍ଣ୍ଣିବଳୟ । ଆଜି ସକାଳେ ଏହି ଘୁର୍ଣ୍ଣିବଳୟ ଲଘୁଚାପ ବଳୟ ସୃଷ୍ଟି କରିଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ହେବାର ସମ୍ଭାବନା ରହିଛି।

ଆଜିଠାରୁ ଏହି ଲଘୁଚାପର ପ୍ରଭାବ ଅଧିକ ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି । ଏନେଇ ରାଜ୍ୟର ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ନିମ୍ନସ୍ଥ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ଓ ବଲାଙ୍ଗୀର।

ଏଥିସହ କନ୍ଧମାଳ, ବୌଦ୍ଧ, ନୟାଗଡ଼ ଓ ନୂଆପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୧୧ ତାରିଖରୁ ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ, ୧୨ ତାରିଖ ଦିନ ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଳାହାଣ୍ଡି ଓ କନ୍ଧମାଳ ଏବଂ ୧୩ରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ନୂଆପଡ଼ା, ନବରଙ୍ଗପୁର ଓ ଦେବଗଡ଼ରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି।

Leave A Reply

Your email address will not be published.