Latest Odisha News

BREAKING NEWS

ଅବପାତର ରୂପ ନେବ ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ୱେଲମାର୍କଡ ଲୋ ପ୍ରେସର ବର୍ତ୍ତମାନ ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ତଥା ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଏହି ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ବ୍ୟାପିଛି ।

ଏହା ଆଗାମୀ ୪୮ ଘଂଟାରେ ଉତ୍ତର-ପୂର୍ବ ଦିଗରେ ଗତି କରି ଓଡିଶା ଉପକୂଳ ଦେଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଏହା ଆଗାମୀ ୧୨ ଘଂଟାରେ ଆବପାତ ଏବଂ ପରବର୍ତ୍ତୀ ୨୪ ଘଂଟାରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଏବଂ ଉପକୂଳବର୍ତ୍ତୀ ୧୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିପାରେ । ରାଜ୍ୟର ୧୬ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଦେଇଛି । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଏବଂ ଗଜପତି ଜିଲ୍ଲା । ସମ୍ଭାବ୍ୟ ଅବପାତ ଏବଂ ପବନର ବେଗ ପାଇଁ ଓଡିଶାର ଗୋପାଳପୁର ଏବଂ ପୁରୀ ବନ୍ଦରକୁ ୩ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

Leave A Reply

Your email address will not be published.