Latest Odisha News

BREAKING NEWS

ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ସକାଳ ୮ଟା ୩୦ ସୁଦ୍ଧା ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ୯୪.୨ ମିଲିମିଟର ବର୍ଷା କେନ୍ଦ୍ରାପଡ଼ାରେ ରେକର୍ଡ କରାଯାଇଛି । ଆଗାମୀ ୫ ଦିନ ଯାଏ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୪ ଘଣ୍ଟାରେ ୭ରୁ ୨୦ ମିଲିମିଟର ଯାଏ ବର୍ଷା ବିଭିନ୍ନ ସ୍ଥାନରେ ହୋଇପାରେ ।

ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ବୌଦ୍ଧ ଜିଲ୍ଲାକୁ ଅରଞ୍ଜେ ୱାର୍ଣ୍ଣିଂ ଜାରି କରାଯାଇଛି । ତଳିଆ ଅଞ୍ଚଳ ଚାଷ ଜମିରେ ପାଣି ଜମି ରହିବାର ଆଶଙ୍କା ଥିବାରୁ ପଦକ୍ଷେପ ନେବାକୁ କୁହାଯାଇଛି । ତା’ଛଡ଼ା ପ୍ରବଳ ବର୍ଷା ନେଇ ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୬ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୭ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜି ଜିଲ୍ଲା ଏବଂ ୮ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୯ ତାରିଖରେ ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଥିବା ବେଳେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.