Latest Odisha News

BREAKING NEWS

ପାଣିପାଗ ବିଭାଗର ସତର୍କ ସୂଚନା: ରାଜ୍ୟର ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ୩ଟି ଜିଲ୍ଲାରେ ସୋମବାର ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଏହି ୩ ଜିଲ୍ଲା ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ । ଏହି ସମସ୍ତ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଅନ୍ୟପଟେ ବଲାଙ୍ଗିର, ନୂଆପଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଦକ୍ଷିଣ ଦିଗରୁ ପବନ ବୋହୁଥିବାରୁ ଆସନ୍ତାକାଲି ରାଜ୍ୟରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି । ମଙ୍ଗଳବାର ଦିନ ଉପକୂଳ ତୁଳନାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Leave A Reply

Your email address will not be published.