Latest Odisha News

BREAKING NEWS

ପାଣିପାଗ ବିଭାଗର ସତର୍କ ସୂଚନା; ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବଳୟ ନେଇଛି ଗଭୀର ଅବପାତ ରୂପ ‌ନେଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ତେବେ ଏହା ଉତ୍ତର-ଉତ୍ତର ଦିଗକୁ ଗତି କରି ଆଜି ଅପରାହ୍ନରେ ଗଭୀର ଅବପାତ ରୂପ ନେବ। ଏହା ପଶ୍ଚିମବଙ୍ଗର ସାଗରଦୀପ ଏବଂ ବାଂଲାଦେଶର ଖେପୁପଡ଼ା ମଧ୍ୟ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ ବୋଲି ପୂର୍ବନୁମାନ କରାଯାଇଛି।

ଏହାର ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ଉପକୂଳର ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଆଦି ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବା ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ସୂଚନା ମିଳିଛି। ଏହାର ପ୍ରଭାବରେ ପୁରୀ ଜିଲ୍ଲାର କିଛି କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।

ଅନ୍ୟପଟେ ୨୩ରୁ ୨୪ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ସମସ୍ତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏହିସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି ହୋଇଛି।

Leave A Reply

Your email address will not be published.