Latest Odisha News

BREAKING NEWS

ଓଡ଼ିଶାର ଏହି ୪ ଜିଲ୍ଲାକୁ ସତର୍କ ସୂଚନା: ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦ୍ରାପଡା, ଜଗତସିଂହପୁର, କଟକ ଓ ପୁରୀ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡିକରେ ସକାଳ ୮.୪୫ ରୁ ଦିନ ୧୧.୪୫ ଯାଏଁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ବିଜୁଳି, ଘଡଘଡି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.