Latest Odisha News

BREAKING NEWS

୨୩ ଯାଏଁ ପ୍ରବଳ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣରୁ ଉପକୂଳ ପ୍ରବଳ ବର୍ଷିବ। ଆଜିଠୁ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ତେବେ ଏହାର ପ୍ରଭବାରେ ଉପକୂଳ ଜିଲ୍ଲା ସମେତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା  ।

ଏସବୁ ଜିଲ୍ଲା ସହ ଦକ୍ଷିଣ ଓ ଉତ୍ତର ଉପକୂଳ ଓଡିଶାରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ସେହିପରି ୨୦ତାରିଖରେ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡା ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବା କାରଣରୁ କାଲିଠୁ ୨୨ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି।

 

Leave A Reply

Your email address will not be published.