Latest Odisha News

BREAKING NEWS

ଆହୁରୀ ୨ ଦିନ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ବି ରାଜ୍ୟରେ ପ୍ରବଳ ବର୍ଷା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ଯରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ସହ ପଶ୍ଚିମବଙ୍ଗ ଉପକୂଳରେ ସକ୍ରୀୟ ରହିଛି ।

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ବଲାଙ୍ଗିର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଯାଜପୁର, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରାଯାଇଛି ।

ତେବେ ଜୁଲାଇ ପ୍ରଥମ ସପ୍ତାହରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ସମୁଦ୍ର ଅଶାନ୍ତ ରହିବା ଯୋଗୁଁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାପାଇଁ ମନା କରାଯାଇଛି ।

Leave A Reply

Your email address will not be published.