Latest Odisha News

BREAKING NEWS

୧୧ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ଚିନ୍ତାରେ ଚାଷୀ

ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା । ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୦ତାରିଖରୁ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ବର୍ଷା ପ୍ରଭାବରେ ବିଲରେ ଅମଳ ହୋଇ ରହିଥିବା ଫସଲ ନଷ୍ଟ ହେବାର ଆଶଙ୍କା ରହିଛି ।

ଏଥିପାଇଁ ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ତାରିଖରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ନୟାଗଡ଼ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏହି ସବୁ ସ୍ଥାନ ମଧ୍ୟରୁ ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ।

ବର୍ଷାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଚାଷୀ । ବିଲରେ ଧାନ କଟା ହୋଇ ଗଦା ହୋଇଛି । ଅଦିନିଆ ବର୍ଷାରେ ଫସଲ ନଷ୍ଟ ହେବାର ଆଶଙ୍କା ରହିଥିବାରୁ ଅମଳ କରିଥିବା ଧାନକୁ ସୁରକ୍ଷିତ ରଖିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.