Latest Odisha News

ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ। ପରେ ଏହା ଲଘୁଚାପର ରୂପ ନେଇପାରେ। ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହେବ। ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୂଚନା ମୁତାବକ, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିଭଳି ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

୨୦ ତାରିଖ ରାଜ୍ୟରେ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢ଼ିବ। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ଉପକୂଳ ସହ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୧ ତାରିଖ ଦିନ ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Comments are closed.