Latest Odisha News

BREAKING NEWS

ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା: ସ୍ୱତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର: ବାତ୍ୟା ୟାସ୍ ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଫୁଲୁଛି ବୈତରଣୀ ନଦୀ । ଜଳସ୍ତର ବଢ଼ିବାରେ ଲାଗିଛି । ବର୍ତ୍ତମାନ ଆଖୁଆପଦାଠାରେ ଜଳସ୍ତର ବିପଦ ସଙ୍କେତ ଟପିଛି । ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି । ଏହି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଆନନ୍ଦପୁରଠାରେ ଜଳସ୍ତର ରହିଛି ୩୯ ମିଟର ।

ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପରେ ନଜର ରଖାଯାଇଛି । ବୈତରଣୀରେ ବନ୍ୟା ଆସିଲେ ଭଦ୍ରକ, କେନ୍ଦୁଝର ଓ ଯାଜପୁର ଜିଲ୍ଲା ପ୍ରଭାବିତ ହୋଇପାରେ । ଏସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି । ତଳି ଅଞ୍ଚଳରେ ପାଣି ପଶିପାରେ । ଆବଶ୍ୟକ ହେଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ।

Leave A Reply

Your email address will not be published.