Latest Odisha News

BREAKING NEWS

ପ୍ରବଳ ବର୍ଷା ଆଶଙ୍କା: ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କାର ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ।

ରାଜ୍ୟର ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ ଓ ଯାଜପୁର ଜିଲ୍ଲାରେ ଆଗାମୀ କିଛି ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସୋମବାର ଦିନ ଝାରସୁଗୁଡ଼ା, ପୁରୀ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ଯାଜପୁର, ବରଗଡ଼, ଖୋର୍ଦ୍ଧା, ସମ୍ବଲପୁର, ଅନୁଗୁଳ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିଲା । ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ଏକପ୍ରକାର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।

Leave A Reply

Your email address will not be published.