Latest Odisha News

ପ୍ରବଳ ବର୍ଷିବ!

ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟର ଆଜି ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଅନୁଗୁଳ, ବୈଦ୍ଧ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର ଜିଲ୍ଲାଗୁଡ଼ିକ ମଧ୍ୟରୁ ଗୋଟିଏ କିମ୍ବା ଦୁଇଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକୁ ଏସ୍ଆରସି. ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଗଜତସିଂହପୁର, ସୁବନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, କନ୍ଧମାଳ, ବୈାଦ୍ଧ, ଖୋର୍ଦ୍ଧା, ସୋନପୁର, ବଲାଙ୍ଗୀର, ପୁରୀ, ଗଞ୍ଜାମ ଆଦିି ଜିିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବଜ୍ରପାତ ହେବା ନେଇ ଏସଆରସି ପକ୍ଷରୁ ସର୍ତକ ସୂଚନା ଜାରି କରାଯାଇଛି। ଉପକୂଳ ଓଡ଼ିଶା ତଥା ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର କେତେକାଂଶରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Comments are closed.