Latest Odisha News

BREAKING NEWS

ଆଜିଠୁ ୧୬ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ଆଜି ଠାରୁ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ଠାରୁ ୧୬ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସୂଚନା ଅନୁଯାୟୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳରେ ଏକ  ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଗତକାଲି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଫଳରେ ରାଜ୍ୟର ପ୍ରମୁଖ ନଦୀଗୁଡିକର ଜଳସ୍ତର ବଢିବା ସହିତ ବନ୍ୟା ହେବାର ଆଶଙ୍କାକୁ ଏଡାଇ ଦିଆଯାଇନପାରେ ।

ସେପଟେ ପାଖାପାଖି ୧୭ ତାରିଖ ବେଳକୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏଇ କିଛିଦିନ ପାଇଁ ମତ୍ସଜୀବି ମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ସଜାଗ କରାଯାଇଛି ।

Leave A Reply

Your email address will not be published.