Latest Odisha News

ଜୁନ୍‌ ୧୦ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଜୁନ୍‌ ୧୦ରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଜୁନ୍ ୧୧ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆଜି କହିଛି।

BjdElectrycity

ଲଘୁଚାପ ଯୋଗୁ ଦକ୍ଷିଣ ପଶ୍ଚିମ ‌ମୌସୁମୀ ଆହୁରି ସକ୍ରିୟ ହୋଇଯିବ। ଯାହା ଫଳରେ ଜୁନ୍ ୧୦ ରୁ ଦକ୍ଷିଣ ଏବଂ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ପ୍ରବଳ ବର୍ଷା ହେତୁ ଜୁନ୍ ୧୦ ରୁ ରାଜ୍ୟରେ ସର୍ବାଧିକ ଦିନର ତାପମାତ୍ରା ୩-୪୦ସି ହ୍ରାସ ପାଇବ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଇଏମଡି ଅଧକାଂଶ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଜୁନ୍ ୭
କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୁଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।

ଜୁନ୍ ୮
ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୁଆପଡା, ବାଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟାଗଡା ବାଲେଶ୍ବର।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଜୁନ୍ ୯
ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ରହିଛି।

ଜୁନ୍ ୧୦
ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୂରଭଞ୍ଜ, ଢେଙ୍କାନାଳ, ପୁରୀ, ଗଞ୍ଜାମ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବ।

Leave A Reply

Your email address will not be published.