Latest Odisha News

BREAKING NEWS

ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହେବ ଲଘୁଚାପ କ୍ଷେତ୍ର : ୩ ଜିଲ୍ଲାରେ ଅତିପ୍ରବଳ ବର୍ଷିବ !

ଭୁବନେଶ୍ବର : ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହେବ ଲଘୁଚାପ କ୍ଷେତ୍ର । ୧୬ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ  । ଏହାର ପ୍ରଭାବରେ ୧୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ  । ୧୫ ତାରିଖରେ ଦକ୍ଷିଣ ଓଡିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି  ।

BjdElectrycity

ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୬ ତାରିଖରେ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ  । ଏସବୁ ଜିଲ୍ଲା ଗୁଡିକ ହେଉଛି ଜଗତସିଂହପୁର , କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲା । ୧୭ ତାରିଖରେ ଉତ୍ତର ଉପକୂଳ ଓଡିଶାରେ ପ୍ରବଳ ବର୍ଷା ନେଇ ସୂଚନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ , ତେଣୁ କାଲିଠୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.