Latest Odisha News

BREAKING NEWS

ଆଗାମୀ ୩ ଦିନ ରାଜ୍ୟରେ ପ୍ରବଳ ବୃଷ୍ଟିପାତ ସମ୍ଭାବନା: ଆଇଏମଡି

ଭୁବନେଶ୍ୱର: ଆଗାମୀ ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ ବେହେରା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଅଗଷ୍ଟ ୧୨ ତାରିଖ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ ଏବଂ ପରବର୍ତ୍ତୀ ସମୟରେ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ଫଳରେ ମୌସୁମୀ ସକ୍ରିୟ ହେବା ସହ ଓଡିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ଆହୁରି ମଧ୍ୟ ଏହାର ପ୍ରଭାବରେ ପଶ୍ଚିମ ଓଡିଶାର ଦେବଗଡ, ସମ୍ବଲପୁର ଓ ସୁନ୍ଦରଗଡ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛନ୍ତି ଶ୍ରୀଯୁକ୍ତ ବେହେରା ।

Leave A Reply

Your email address will not be published.