Latest Odisha News

BREAKING NEWS

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଘୂର୍ଣ୍ଣିଝଡ ‘ପିଥାଇ’ ସ୍ଥଳ ଭାଗ ଛୁଇଁଲା ପରେ ଧୀରେ ଧୀରେ ଦୁର୍ବଳ ହେଉଥିବା ବେଳେ ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ଅନୁଭୂତ ହୋଇଥିବା ଅବପାତ ୬ ଘଣ୍ଟା ପୂର୍ବରୁ ଉତ୍ତର-ଉତ୍ତର-ପୂର୍ବ ଦିଗ ମୁହାଁ ହୋଇ କ୍ରମେ ଦୁର୍ବଳ ହୋଇ ପଡିଛି । ଏହା କ୍ରମେ ଲଘୁଚାପର ରୂପ ନେଇ ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଦେଇ ଆଜି ସକାଳେ ଓଡିଶା ଉପକୂଳ ଦେଇ ଅତିକ୍ରମ କରିଛି । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ସମ୍ପୂର୍ଣ୍ଣ ଦୁର୍ବଳ ହେବା ନେଇ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଏହି ଘୂର୍ଣ୍ଣିଝଡ ପ୍ରଭାବରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି ଆଦି ଜିଲ୍ଲାରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ମଧ୍ୟ ଗଞ୍ଜାମ, ପୁରୀ, କନ୍ଧମାଳ, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।

ତେବେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ପାଗରେ କିଛିଟା ପରିବର୍ତ୍ତନ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.