Latest Odisha News

BREAKING NEWS

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ବର୍ଷାରୁ ନିସ୍ତାର ନାହିଁ । ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ରୁ ୫ ତାରିଖ ଯାଏଁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୮ଘଣ୍ଟା ମଧ୍ୟରେ ୧୧ଜିଲ୍ଳାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୧ଜିଲ୍ଲା ଗୁଡ଼ିକ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ସୁବର୍ଣ୍ଣପୁର । ଏହି ସବୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକରେ ବର୍ଷା ସହ ବଜ୍ରପାତ ହେବା ମଧ୍ୟ ସମ୍ଭାବନା ରହିଛି ।

Leave A Reply

Your email address will not be published.