Latest Odisha News

BREAKING NEWS

ଶନିବାର ପ୍ରବଳ ବର୍ଷା ସମ୍ଭାବନା; ଏହି ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟର ୫ଟି ଜିଲ୍ଲା ଲାଗି ଜାରି କରିଛନ୍ତି ୟେଲ୍ଲୋ ୱାର୍ଣ୍ଣିଂ ।

ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟା ଜାରି ହୋଇଥିବା ବୁଲେଟିନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡ଼ିକ ହେଉଛି – ସମ୍ବଲପୁର, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲା ।

ଏପରିକି ଉତ୍ତର ମଧ୍ୟ ଓଡ଼ିଶାର କିଛି ଅଞ୍ଚଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ଯଥେଷ୍ଟ ରହିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ପ୍ରଦାନ କରିଛନ୍ତି ।

ସେହିପରି ଭାବେ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ଦିନ ପାଗ ମେଘୁଆ ରହିବା ସହିତ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଆନୁମାନିକ ଭାବେ ସହରର ତାପମାତ୍ରା ସର୍ବାଧିକ ୩୫ ଡିଗ୍ରୀରୁ ୨୭ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବାର ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଭାଗ ।

Leave A Reply

Your email address will not be published.