Latest Odisha News

BREAKING NEWS

ରାଜ୍ୟରେ ୫ ଦିନ ବର୍ଷା, ବିଜୁଳି ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଲଘୁଚାପ ଦୁର୍ବଳ ହେବା ପରେ ବି ରାଜ୍ୟରେ ଲାଗି ରହିଛି ବର୍ଷା। ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ଏଥିଲାଗି ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଲାଗିରହିବ ବର୍ଷା। ସେହିପରି ପଶ୍ଚିମ ଆସାମରୁ ଉତ୍ତର ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରପ ଲାଇନ୍ ପ୍ରଭାବରେ ରାଜ୍ୟରେ ବର୍ଷା ବଢିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିବ ବର୍ଷା। ବିଜୁଳୀ ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ଦେଓଗଡ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁର ଜିଲ୍ଲାକୁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ। ଆଗାମୀ ୫ ଦିନ ଯାଏଁ ଏପରି ସମାନ ସ୍ଥିତି ରହିପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେପଟେ ରାଜ୍ୟରେ ମୌସୁମି ଜନିତ ନିଅଣ୍ଟିଆ ବର୍ଷା ହୋଇଛି। ଯାହାକି ଚିନ୍ତା ବଢ଼ାଇଛି । ଏଯାଏଁ ୧୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ମୟୁରଭଞ୍ଜରେ ସର୍ବାଧିକ ୬୪ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ରାଜ୍ୟରେ ଏପର୍ଯ୍ୟନ୍ତ ୧୬୪ ମିଲିମିଟର ବର୍ଷା ହୋଇଛି । ୧୩ଟି ଜିଲ୍ଲାରେ ଚଳିତମାସ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ କେବଳ ମାଲକାନଗିରିରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି ।

Leave A Reply

Your email address will not be published.