Latest Odisha News

୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୧୧ ଓ ୧୨ ତାରିଖ ମଧ୍ୟରେ ମୌସୁମୀ ଓଡିଶା ଆସିବାର ସମ୍ଭାବନା ରହିଛି । ତେବେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଂଟାରେ ଲଘୁଚାପରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭବନା ରହିଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ବଲାଙ୍ଗିର, ନବରଙ୍ଗପୁର, ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବର୍ଷା ସାଙ୍ଗକୁ ଘଂଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ମଧ୍ୟ ବହିପାରେ । ଏଥିସହ ବିଜୁଳି ଏବଂ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି । ତେଣୁ ଏହି ୭ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କିରଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Leave A Reply

Your email address will not be published.