Latest Odisha News

BREAKING NEWS

ସମ୍ଭାବ୍ୟ ବର୍ଷା ସ୍ଥିତିର ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ

ଭୁବନେଶ୍ୱର : ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯିବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟ ଠାରେ ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଜନିତ ପରିସ୍ଥିତିର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧରେ ସମୀକ୍ଷା କରିଛନ୍ତି । ଏହାସହିତ ଆଜି ଓ ଆସନ୍ତାକାଲି ଓଡିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ଏହାର ମୁକାବିଲା ପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସେହିପରି ଆସନ୍ତାକାଲି ସ୍ୱାଧିନତା ଦିବସ ପାଳନ ସ୍ଥଳରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ପରେଡରେ ଅଂଶଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି,ସେଥିପ୍ରତି ବିଶେଷ ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ ।

ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ସ୍ୱାଭାବିକ ଠାରୁ ୫ପ୍ରତିଶତ ଅଧିକ ବର୍ଷା ହୋଇଥିବା ବେଳେ ଦେବଗଡ, ବଲାଙ୍ଗୀର ଓ ସୁନ୍ଦରଗଡ ଜିଲ୍ଲାରେ ଅପେକ୍ଷାକୃତ କମ୍ ବର୍ଷା ହୋଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସମେତ ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ସ୍ୱତନ୍ତ୍ର ରିଲିିଫ କମିଶନର, ବରିଷ୍ଠ ପୋଲିସ ଅଧିକାରୀମାନେ, ଭୁବନେଶ୍ୱର ମହାନଗର ନିଗମ କମିଶନର ଏବଂ ପାଣିପାଗ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.