Latest Odisha News

BREAKING NEWS

ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ. ୧୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହା ପ୍ରଭାବର ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ୧୨ ତାରିଖ

ଏହା ବ୍ୟତୀତ ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ ମଧ୍ୟ ଅନେକ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣପାଗ ବିଜ୍ଞାନ କେନ୍ଦ୍ର । ୯ ତାରିଖରେ ମଧ୍ୟ ବରଗଡ଼, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ନେଇ ସୋନପୁର, ବଲାଙ୍ଗିର, ବୌଦ୍ଧ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave A Reply

Your email address will not be published.