Latest Odisha News

BREAKING NEWS

୫ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ସକ୍ରିୟ ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ମାଳଦ୍ୱୀପ କମୋରିନ୍ ଅଞ୍ଚଳ ସହ ଦକ୍ଷିଣପଶ୍ଚିମ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ସକ୍ରିୟ ହେବାରେ ଲାଗିଛି । ମେ ୩୧ ସୁଦ୍ଧା ଦକ୍ଷିଣମୌସୁମୀ ବାୟୁ କେରଳ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।ଏହାର ପ୍ରଭାବରେ ରାଜ୍ୟର ୫ ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ସେହିଭଳି କାଳବୈଶାଖୀ ନେଇ ୩୦ ତାରିଖ ପାଇଁ ଉତ୍ତର ଉପକୂଳ ଓଡ଼ିଶା ସହ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବର୍ଷା ଘଡ଼ିଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।

୩୧ ତାରିଖ ପାଇଁ କାଳବୈଶାଖୀ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨ରୁ ୩ ଦିନ ଯାଏ ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ବଢ଼ିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.