Latest Odisha News

BREAKING NEWS

୩ ଦିନ ଯାଏଁ ପ୍ରବଳ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ଅଛି । ଏହା ପ୍ରଭାବରେ ଆସନ୍ତା ୩ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ବିଶେଷ କରି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ୧୪ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ରହିଛି। ଏ ନେଇ ସତର୍କ କରାଇ ଦେଇଛି ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ । ଲଗାଣ ବର୍ଷା ସମ୍ଭାବନାକୁ ନଜରରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଆସନ୍ତା ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବିଶେଷ କରି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବା ଆଶଙ୍କାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ କରାଯାଇଛି। ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

 

Leave A Reply

Your email address will not be published.