Latest Odisha News

BREAKING NEWS

ଲଗାଣ ବର୍ଷା ଯୋଗୁଁ ମାଲକାନଗିରିରେ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ କୋରକୋଣ୍ଡା ଓ ଏମଭି-୩୬ ପୋଲ ବୁଡିଯିବା ଫଳରେ ମାଲକାନଗିରି-ବାଲିମେଳା ମଧ୍ୟରେ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡିଛି ।

ମିଳିଥିବା ସୂଚନାନୁଯାୟୀ ଏହି ପୋଲ ଉପରେ ପ୍ରାୟ ୩ ଫୁଟ ଉଚ୍ଚର ବର୍ଷା ପାଣି ଚାଲୁଥିବାବେଳେ ମାଲକାନଗିରି ଉପରେ ନିର୍ଭର କରୁଥିବା ସବୁ ଲୋକଙ୍କ ଯାତାୟାତ ଏକପ୍ରକାର ବାଧାପ୍ରାପ୍ତ ହୋଇଥିବା ନେଇ ଜଣାପଡିଛି ।

ଦକ୍ଷିଣ ଓଡିଶାର ବିଭିନ୍ନ ଜିଲ୍ଲାରେ ଅନେକ ଦିନ ଧରି ଜାରି ରହିଥିବା ଲଗାଣ ବର୍ଷା ଫଳରେ ବିଭିନ୍ନ ନଦୀ ଜଳସ୍ତର ବଢିବାରେ ଲାଗିଛି । ଫଳରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି ।

Leave A Reply

Your email address will not be published.