Latest Odisha News

BREAKING NEWS

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ଓ କୁଆପଥର ମାଡ଼ ସମ୍ଭାବନା

ଭୁବନେଶ୍ୱର: ଆଜିଠୁ ପ୍ରବଳ ବର୍ଷା ଓ କୁଆପଥର ମାଡ଼ ସମ୍ଭାବନା ରହିଛି । ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବିଶେଷ କରି ୮ଟି ଜିଲ୍ଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, ଢ଼େଙ୍କାନାଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ । ଏହାସହିତ ଆଗାମୀ ଦୁଇଦିନ ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ରହିପାରେ ବୋଲି ପୂର୍ବାନୁମାନ ହୋଇଛି ।ଆସନ୍ତାକାଲି ୧୫ଟି ଜିଲ୍ଲାରେ ବର୍ଷା ହୋଇପାରେ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି । ଚାଷୀଙ୍କୁ ସେମାନଙ୍କ ଫସଲକୁ ସୁରକ୍ଷିତ ସ୍ଥାନରେ ରଖିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.