Latest Odisha News

BREAKING NEWS

ଆସନ୍ତା ୨ଦିନ ପ୍ରବଳ ବର୍ଷିବ: ଆଜି ପାଇଁ ୨୪ ଜିଲ୍ଲାକୁ ଝଡ଼ ତୋଫାନ ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଅଧିକାଂଶ ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି । ଆଜି ପାଇଁ ୨୪ ଜିଲ୍ଲାକୁ ଝଡ଼ ତୋଫାନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କିଛି କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବ ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକକୁ ଆଲର୍ଟ ଜାରି କରାଯାଇଛି । ସେହିପରି ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି । ସେହିପରି ଆସନ୍ତାକାଲି ଠାରୁ ବଢିବ ବର୍ଷାର ପରିମାଣ । ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏନେଇ ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ବଜ୍ରପାତ ସମୟରେ ଜନସାଧାରଣ ସତର୍କ ରହିବା ସହ ବାହାରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

Comments are closed.