ଭୁବନେଶ୍ବର: ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଏହି ଜିଲ୍ଲା ଗୁଡିକରେ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି ହୋଇଛି ।
ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ବିପଦ ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଅନ୍ୟପଟେ, ଜୁଲାଇ ୧୪ ଅର୍ଥାତ୍ ଆସନ୍ତାକାଲି ପାଇଁ ୨୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ରହିଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ।
ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା, ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି ।
ସେହିପରି ଜୁଲାଇ ୧୫ ତାରିଖ ମଙ୍ଗଳବାର ପାଇଁ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ପବନ ବୋହିବାର ସମ୍ଭାବନା ରହିଛି ।
Comments are closed.