ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି ।
ସେହିପରି କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାରେ ବଜ୍ରପାତ ସମ୍ଭାର,ବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଅନ୍ୟ ଜିଲ୍ଲାମାନଙ୍କରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
Comments are closed.