ଭୁବନେଶ୍ବର: ଆସନ୍ତା ୨୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୨୩ରୁ ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏନେଇ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରାଯାଇଛି ।
ଆଜି ପ୍ରବଳ ବର୍ଷା ପାଇଁ ମାଲକାନାଗିରି, କୋରାପୁଟ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ପ୍ରବଳ ବର୍ଷିପାରେ । ଯାହାକୁ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଜପତି, କନ୍ଧମାଳ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ମୟୁରଭଞ୍ଜରେ ମଧ୍ୟ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବର୍ଷା ସହ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦କିଲୋମିଟର ବେଗରେ ପବନ ବହିପାରେ ।
ସେହିପରି ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି ।
ସୋମବାର କଟକରେ ୧୫.୨ ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୯.୫ ଓ ମାଲକାନଗିରିରେ ୩.୨, ଭଦ୍ରକରେ ୩ମିମି ବର୍ଷା ରେକର୍ଡ ହୋଇଛି ।
Comments are closed.