Latest Odisha News

BREAKING NEWS

୭ ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଯାହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।  ଏହାର ପ୍ରଭାବରେ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ନୂଆପଡା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲା ରହିଛି । ଏହିସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି । ପାଣିପାଗକୁ ଦେଖି ସମସ୍ତେ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତିକରୁଛି ବାତ୍ୟା ଗୁଲାବ। ଗୋପାଳପୁର ଠାରୁ ୫୧୦ କିଲୋମିଟର ଦକ୍ଷିଣ- ପୂର୍ବରେ ରହିଛି । କଳିଙ୍ଗପାଟନମ୍ ଠାରୁ ୫୯୦ କିଲୋମିଟର ପୂର୍ବରେ ରହିଛି । ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।

Leave A Reply

Your email address will not be published.