Latest Odisha News

ଆଜିଠୁ ତିନି ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ତିନି ଧରି ରାଜ୍ୟରେ ପ୍ରବଳ ବର୍ଷିବ । ଗତକାଲିଠାରୁ ରାଜ୍ୟର କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଆଜିଠାରୁ ସାରା ରାଜ୍ୟରେ ବର୍ଷା ହେବାର ସୂଚନା ଦେଇଛି ପାଣିପାଗ ବିଭାଗ ।

ଆଜି ଢେଙ୍କାନାଳ, ଯାଜପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର, ବୌଦ୍ଧ, ନୂଆପଡା, ବଲାଙ୍ଗିର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଓ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କଟକ, ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁରରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ସେହିପରି ୬ ତାରିଖରେ ବରଗଡ, ଦେବଗଡ ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ହେବ ।

ଚଳିତ ବର୍ଷ ଆବଶ୍ୟକତା ଠାରୁ କମ୍ ବର୍ଷା ହୋଇଛି । ତା ସାଙ୍ଗକୁ ତାତି ବଢିଚାଲିଛି । ତେଣୁ ଏହି ଲଘୁଚାପ ଜନିତ ବର୍ଷା ଏଥିରୁ କିଛି ଆଶ୍ୱସ୍ତି ଦେବ ବୋଲି ଆଶା କରାଯାଉଛି ।

Leave A Reply

Your email address will not be published.