Latest Odisha News

BREAKING NEWS

Weather Update: ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ୧୬ ଯାଏଁ ପ୍ରବଳ ବର୍ଷା, ଆଗାମୀ ୩ ଘଣ୍ଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପଜନିତ ବର୍ଷା। ଆଗକୁ ଆଉ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ପୁଣି ଭିଜିବ ଓଡିଶା। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷା ସମ୍ଭାବନା। ଦକ୍ଷିଣ ଓଡିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଏବେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ୧୬ ତାରିଖ ଯାଏ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର।

ଅନ୍ୟପଟେ ରାଜ୍ୟର ୯ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ। ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ନବରଙ୍ଗପୁର, କଟକ, କଳାହାଣ୍ଡି, କୋରାପୁଟ, ନୟାଗଡ଼, ସମ୍ବଲପୁର, ବରଗଡ଼, ବାଲେଶ୍ବର ଓ ବଲାଙ୍ଗୀର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି।

ଆଜି ଏବଂ ଆସନ୍ତାକାଲି ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ସେହିପରି କାଲି ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ସେପ୍ଟେମ୍ବର ୧୨ ତାରିଖ ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

 

Comments are closed.