Latest Odisha News

BREAKING NEWS

୧୦ ତାରିଖ ଯାଏ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ଦେବଗଡ଼ ଜିଲ୍ଲାର ବାରକୋଟ ଠାରେ ସର୍ବାଧିକ ୧୨୭.୬ ମିମି ବର୍ଷା ରେକର୍ଡ ହୋଇଛି । ସେହିଭଳି ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆ ଠାରେ ୧୦୪ ମିମି ଓ ରାୟଗଡ଼ାର ଗୁଣପୁର ଠାରେ ୮୭.୪ ମିମି ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୫ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଜାରି କରିଛି ୟେଲୋ ୱାର୍ଣ୍ଣିଂ ।

୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାକୁ ଆଲର୍ଟ କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲି ୭ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୯ ତାରିଖରେ ପ୍ରବଳ ବର୍ଷା ନେଇ କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୧୦ ତାରିଖରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଚଳିତ ମୌସୁମୀ ଋତୁରେ ୧ ଜୁନରୁ ୬ ଜୁଲାଇ ମଧ୍ୟରେ ରାଜ୍ୟରେ ୧୯୧.୧ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୨୬୫.୮ ମିମି ତୁଳନାରେ ୨୮ ପ୍ରତିଶତ କମ୍ । ଏହି ସମୟରେ ଦେବଗଡ଼ ଜିଲ୍ଲାରେ ସର୍ବାଧିକ ୩୯୨.୨ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୧୫୩ ମିମି ତୁଳନାରେ ୫୫% ଅଧିକ । କନ୍ଧମାଳ ଜିଲ୍ଲାରେ ସର୍ବନିମ୍ନ ୮୫.୨ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୧୫୩.୩ ମିମି ତୁଳନାରେ ୬୬% କମ୍ ।

Leave A Reply

Your email address will not be published.