Latest Odisha News

BREAKING NEWS

ମଧ୍ୟାହ୍ନ ୧୨.୩୦ ସୁଦ୍ଧା ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିପାରେ : ସତର୍କ କଲା ଆଇଏମଡି

ଭୁବନେଶ୍ୱର:ବଙ୍ଗୋପ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଶୁକ୍ରବାର ୧୨ଟା ୩୦ ସୁଦ୍ଧା ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ  ଜାରି କରିଛି ଆଇଏମଡି ।

ପାଣିପାଗ ସୂଚନା ଅନୁଯାୟୀ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଅଞ୍ଚଳରେ ତିନି ଘଣ୍ଟା ମଧ୍ୟରେ ଘଡଘଡି, ବିଜୁଳି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଡଘଡି,ବିଜୁଳି ପାଇଁ ଲୋକଙ୍କୁ ସତର୍କ ରହିବାକୁ ଚେତାବନୀ ଦେଇଛି ଆଇଏମଡି । ଏଥିସହିତ ତଳିଆ ଅଞ୍ଚଳରେ ପାଣି ପଶିବା ଆଶଙ୍କା ଥିବା ନେଇ ଚେତାବନୀ ମଧ୍ୟ ଦେଇଛି ।

ଏହାବ୍ୟତୀତ ପୁରୀ,ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ମାରିବା ସମ୍ଭାବନା ରହିଛି । ଏହି ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ପାଗକୁ ଦେଖି ସୁରକ୍ଷିତ ସ୍ଥାନରେ ରହିବା ପାଇଁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗ ପକ୍ଷରୁ ସକାଳେ ଜାରି ସୂଚନାରୁ ପ୍ରକାଶ ଯେ, ଆଜି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା କିମ୍ବା ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।  ତେବେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର,ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ, ଅନୁଗୋଳ,କଟକ, ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.