Latest Odisha News

ପାଣିପାଗ ବିଭାଗର ସତର୍କତା, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର: ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ସତର୍କତା । ଆସନ୍ତାକାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।

ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ କାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ମଧ୍ୟମ ଧରଣର ବର୍ଷାସହ ବଜ୍ରପାତ ନେଇ ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

ଆସନ୍ତା ଚାରି ଦିନ ଯାଏଁ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପଶ୍ଚିମା ଝଡ ସହ ଟ୍ରପ ଲାଇନ ପାଇଁ ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ । ବର୍ଷା ଏବଂ ପବନ ସହିତ କୁଆ ପଥର ମାଡ ହେବାକୁ ନେଇ ମଧ୍ୟ ସତର୍କ କରାଯାଇଛି । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବା ସହିତ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି।

ଶୁକ୍ରବାର (୨୧ ଫେବ୍ରୁଆରୀ) ସକାଳ ସାଢ଼େ ୮ଟାରୁ ଶନିବାର (୨୨ ଫେବ୍ରୁଆରୀ) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବା ସହିତ ବିଜୁଳି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Comments are closed.