ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ସକ୍ରିୟ ହୋଇଛି ମୌସୁମୀ । ଏହାର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି । ଆଜି ସାରା ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବ । ଆସନ୍ତା ୧୨ ଘଣ୍ଟାରେ ସାରା ଓଡ଼ିଶାରେ ମୌସୁମୀ ସକ୍ରିୟ ହେବା ସହ ବର୍ଷା ହେବ ।
୭ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
ପାଇଁ ୭ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୧୧ ଜିଲ୍ଲା ପୁରୀ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୋଳ, ଦେବଗଡ଼, ସମ୍ୱଲପୁର, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ନବରଙ୍ଗପୁର ଓ କୋରାପୁଟକୁ ୟେଲୋ ଓ୍ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।
ସାରା ଓଡ଼ିଶାକୁ ଛୁଇଁବ ମୌସୁମୀ
ଗତକାଲି ରାତି ୯ଟା ସୁଦ୍ଧା ଭୁବନେଶ୍ୱରରେ ୬୨ ମିଲିମିଟର ଓ କଟକରେ ୩୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା । ସେହିପରି କେନ୍ଦୁଝରରେ ୮୧ ମିଲିମିଟର ବର୍ଷିଥିଲା । ଗତକାଲି ମୌସୁମୀ ବାୟୁ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ ପ୍ରବେଶ କରିଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳକୁ ଛୁଇଁଥିଲା ।
BREAKING NEWS
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ
- ‘ଭୁଲ୍ ଭୁଲୈୟା ୩’ ପରେ ଏବେ ତାମିଲ ସିନେମା: ବିଦ୍ୟା ବାଲନ୍ ଦେଲେ ନୂଆ ଫିଲ୍ମର ସୁଟିଂ ହିଣ୍ଟ
- ଅକ୍ଟୋବର ୨ରେ ବୁଧ-ମଙ୍ଗଳଙ୍କ ବିରଳ ‘କେନ୍ଦ୍ର ଦୃଷ୍ଟି ଯୋଗ’: ଏହି ୪ଟି ରାଶିର ଖୋଲିବ ଭାଗ୍ୟ

Comments are closed.