Latest Odisha News

ରାଜ୍ୟର ୨୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଜୁଲାଇ ୨୭ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।

ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେଓଗଡ, କଟକ, ଜଗତସିଂହପୁର, ବୌଦ୍ଧ ଏବଂ କେନ୍ଦ୍ରାପଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ, ନୂଆପଡା ଏବଂ ସୋନପୁର, ମୟୂରଭଞ୍ଜ, କେନ୍ଦୁଝରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ତେବେ ଭୁବନେଶ୍ୱରରେ ପାଗ ମେଘୁଆ ରହିପାରେ।

ଜୁଲାଇ ୨୪ରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ସେହିପରି ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡା, ବରଗଡ, ଅନୁଗୁଳ, ଦେଓଗଡ ଏବଂ ଯାଜପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର ଏବଂ କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ।ତେବେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ ଏବଂ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

Comments are closed.