Latest Odisha News

BREAKING NEWS

୧୯ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ନୂଆ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଯାହା ଫଳରେ ଆହୁରି ପାଞ୍ଚ ଦିନ ଯାଏଁ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।

ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡା, ଏବଂ କଟକର ଗୋଟିଏ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିଭଳି ମୟୂରଭଞ୍ଜ, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଦେବଗଡ, ବୌଦ୍ଧ, ନବରଙ୍ଗପୁର, କୋରାପୁଟ, ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.