Latest Odisha News

ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ମଧ୍ୟରେ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।

ଆଗାମୀ ଏକ ସପ୍ତାହ ମଧ୍ୟରେ ଓଡିଶାର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ସେହିପରି କେତେକ ଅଞ୍ଚଳରେ ଆଗାମୀ ୨୪ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୁଆପଡା, ବଲାଙ୍ଗୀର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୟାଗଡ଼, ପୁରୀ, ଖୋର୍ଦ୍ଧା ଏବଂ ବରଗଡ ରହିଛି। ତେବେ ଜାଣନ୍ତୁ ଆଉ କେଉଁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି।

ଜୁଲାଇ ୨୩

ବରଗଡ, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ ଏବଂ କେନ୍ଦ୍ରାପଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଜୁଲାଇ ୨୪

କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୁଳ ଏବଂ ଜଗତସିଂହପୁର, ଖୋର୍ଦ୍ଧା, ଦେଓଗଡ, ଝାରସୁଗୁଡା, ସୁନ୍ଦରଗଡ, ଜଗତସିଂହପୁର, ଯାଜପୁର, ସମ୍ବଲପୁର, ମୟୂରଭଞ୍ଜ ଏବଂ କେନ୍ଦୁଝରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଜୁଲାଇ ୨୫

ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କଟକ, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, କୋରାପୁଟ, ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଜୁଲାଇ ୨୬

ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Comments are closed.