Latest Odisha News

ଜୁଲାଇ ୨୦ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଜୁଲାଇ ୨୦ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ, ଜୁଲାଇ ୧୯ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସ୍ଋଷ୍ଟି ହେବା ନେଇ ପୂର୍ବାନୁମାନ କରିଛି। ଫଳରେ ଜୁଲାଇ ୧୯ରୁ ୨୦ ମଧ୍ୟରେ ରାଜ୍ୟର ଦକ୍ଷିଣାଞ୍ଚଳ ଜିଲ୍ଲାଗୁଡିକରେ ତିନି ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଜୁଲାଇ ୧୬ ରେ ନବରଙ୍ଗପୁର, କୋରାପୁଟ, ରାୟଗଡା, କଳାହାଣ୍ଡି, ନୂଆପଡା ଏବଂ ମାଲକାନଗିରିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ଜୁଲାଇ ୧୭ରେ ଏବଂ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, କୋରାପୁଟ, କଳାହାଣ୍ଡି ରହିଥିବା ବେଳେ ଜୁଲାଇ ୧୮ରେ କନ୍ଧମାଳ, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କଳାହାଣ୍ଡି, ରାୟଗଡା, କୋରାପୁଟ ଏବଂ ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଜାରି ରହିପାରେ।

ଜୁଲାଇ ୧୯ରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ଏବଂ ଗଞ୍ଜାମ ଜିଲ୍ଲାର ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ମାଲକାନଗିରି, ରାୟଗଡା, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, ନୁଆପଡା, ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦୁଝର ଏବଂ କଟକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଜୁଲାଇ ୨୦ରେ କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁରର, ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, କୋରାପୁଟ, ମାଲକାନଗିରି, ରାୟଗଡା, ଗଞ୍ଜାମ, ଗଜପତି, ଏବଂ ନୁଆପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

 

Comments are closed.