ଭୁବନେଶ୍ବର: ପୁଣି ରାଜ୍ୟରେ ବଢିବ ବର୍ଷା । ଆଞ୍ଚଳିକ ପାଣିପାଗ ସୂଚନାନୁସାରେ ସେପ୍ଟେମ୍ବର ୦୭ ରୁ ୧୩ ତାରିଖ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଟ୍ରଫ୍ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି । ଏଥିସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି। ତେବେ ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତାକାଲି ପାଇଁ ଗଞ୍ଜାମ,ଗଜପତି,ରାୟଗଡ଼ା,କୋରାପୁଟ,ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ଓ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି।
ସେହିପରି ସୋମବାରରୁ ମଙ୍ଗଳବାର ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
Comments are closed.