ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୦ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦୁଝର, ସମ୍ବଲପୁର, କେନ୍ଦୁଝର, ଯାଜପୁର ଓ ମୟୁରଭଞ୍ଜ ରହିଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର,କଟକ, ଅନୁଗୁଳ, ଦେବଗଡ଼, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭବାନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।
ସେହିପରି ଆସନ୍ତା ଅଗଷ୍ଟ ୫ରୁ ୬ ତାରିଖ ମଧ୍ୟରେ ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଓରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ କେନ୍ଦୁଝର, ଅନୁଗୁଳ, ନୂଆପଡ଼ା, ସୋନପୁର ଓ ବଲାଙ୍ଗୀର ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
Comments are closed.