Latest Odisha News

କାଲିଠୁ ପ୍ରବଳ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ଅନୁଗୁଳ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ଅଗଷ୍ଟ ୧୦ରୁ ୧୧ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା ଓ ବଲାଙ୍ଗୀର ରହିଛି। ସେହିପରି ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.