Latest Odisha News

BREAKING NEWS

କମ୍ପିବ ଓଡ଼ିଶା: ବିଜେପିର ଷ୍ଟାର କ୍ୟାମ୍ପେନର କରିବେ ପ୍ରଚାର, ପିପିଲିରେ ରୋଡ୍‌ ସୋ କରିବେ ଡ୍ରିମ୍‌ଗର୍ଲ୍

ଭୁବନେଶ୍ବର: ଗଣନ୍ତ୍ରର ମହାପର୍ବ ପାଇଁ ନେତା ମାନଙ୍କର ପ୍ରସ୍ତୁତି ଜୋରଦାର । ଏହି ମଧ୍ୟରେ ବିଜେପିର ସ୍ପେଶାଲ ଫୋକସ୍ ରହିଛି ଓଡ଼ିଶା ଉପରେ । ସେଥିପାଇଁ ବିଜେପି ନେତାମାନେ ଘନ ଘନ ଓଡିଶା ମୁହାଁ ହୋଇଛନ୍ତି । ଆଜି ଓଡିଶା ଆସୁଛନ୍ତି ଡ୍ରିମ ଗର୍ଲ ହେମା ମାଳିନୀ । ବିଜେପିର ମଥୁରା ସାଂସଦ ପ୍ରାର୍ଥୀ ତଥା ଅଭିନେତ୍ରୀ ହେମା ମାଳିନୀ ରାଜ୍ୟରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ଅଭିଯାନରେ ସାମିଲ ହେବେ ।

ସେ ରାଜ୍ୟର ୩ଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ଉତ୍ତର ଭୁବନେଶ୍ବର, କଟକ କିଶନନଗରରେ ପ୍ରଚାର କରିବା ସହ ପିପିଲିରେ ରୋଡ ସୋ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଆଜି ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ଷ୍ଟାର କ୍ୟାମ୍ପେନର କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ପ୍ରମୁଖ। ଏଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ପୂର୍ବାହ୍ନ ୧୧ଟାରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ହେମା । ସେଠାରୁ ବାହାରି ଭୁବନେଶ୍ୱର ସାଲିଆ ସାହିରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ଭୋଟ୍ ଭିକ୍ଷା କରିବେ। ଏହାପରେ ସେ ହେଲିକପ୍ଟର ଯୋଗେ କଟକ ପହଞ୍ଚିବେ। ମଧ୍ୟାହ୍ନ ୧ଟା ୧୦ରେ କଟକ କିଶୋର ନଗରରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେଠାରେ ପ୍ରଚାର ସାରିବା ପରେ ପିପିଲି ଯିବେ ଡ୍ରିମ୍ ଗର୍ଲ। ଅପରାହ୍ନ ୪ଟାରେ ପିପିଲି ରୋଡ୍ ସୋ ରେ ଯୋଗଦେବେ। ଏହାପରେ ସନ୍ଧ୍ୟା ୫ଟାରେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ଫେରିବେ ହେମାମାଳିନୀ।

ଅନ୍ୟପଟେ ଆଜି ପୁଣି ଓଡ଼ିଶା ଆସୁଛନ୍ତି ଅମିତ ଶାହ। ରାଉରକେଲାରେ ସାଧାରଣ ସଭା କରିବେ। ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ମଧ୍ୟ ଓଡ଼ିଶା ପ୍ରଚାରରେ ଆସିବେ। ସେ ସାନଖେମୁଣ୍ଡି, ଦଶପଲ୍ଲା, ଜି.ଉଦୟଗିରିରେ ପ୍ରଚାର କରିବେ । କଟକ ଜିଲ୍ଲାରେ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ସେ ଆଠଗଡ଼ ଓ ନରସିଂହପୁରରେ ପ୍ରଚାର କରିବେ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା କବିସୂର୍ଯ୍ୟନଗର, କଣ୍ଟାବାଂଜି , ଲୋଇସିଂହା, ସତ୍ୟବାଦୀ, ପିପିଲି ସମାବେଶରେ ଯୋଗଦେବେ।

Leave A Reply

Your email address will not be published.