ଋାଞ୍ଚି: ଝାଡଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ରାଜ୍ୟର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ରବିବାର ଦିନ ଶପଥ ଗ୍ରହଣ କରିଛନ୍ତି ।
ଏନେଇ ଜାତୀୟ ଗଣମାଧ୍ୟମରେ ଏକ ରିପୋର୍ଟ ପ୍ରକାଶ ପାଇଛି।
Ranchi: Hemant Soren takes oath as the Chief Minister of Jharkhand; oath administered by Governor Droupadi Murmu. #Jharkhand pic.twitter.com/DuZEWF8pKY
— ANI (@ANI) December 29, 2019
ଆଜି ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ପରେ ମେଣ୍ଟ ସରକାର ଭାବେ କଂଗ୍ରେସର ବିଧାୟକ ରାମେଶ୍ୱର ଉରାଙ୍ଗ ଓ ବିଧାୟକ ଆଲମଗିରି ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।
ଅପରପକ୍ଷରେ ହେମନ୍ତ ଦ୍ୱିତୀୟ ଥର ଲାଗି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଆସନ ଅକ୍ତିଆର କରିଛନ୍ତି । ପୂର୍ବରୁ ୨୦୧୩ରେ ସେ ମୁଖ୍ୟମନ୍ତ୍ରୀ ହୋଇଥିଲେ ।
ଏହି ଶପଥଗ୍ରହଣ ଉତ୍ସବରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ଡିଏମକେ ସୁପ୍ରିମୋ ଏମକେ ଷ୍ଟାଲିନ୍, ଆରଜେଡି ନେତା ତେଜସ୍ୱୀ ଯାଦବ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍, ଛତିଶଗଡର ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲାଙ୍କ ସମେତ ଅନ୍ୟ ଦଳୀୟ କର୍ମୀମାନେ ମଧ୍ୟ ଯୋଗ ଦେଇଥିଲେ।
ଉଲ୍ଲେଖଯୋଗ୍ୟ ୮୧ଟି ଆସନ ବିଶିଷ୍ଟ ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ବର ୪୧ ହୋଇଥିବା ବେଳେ ଜେଏମଏମ-କଂଗ୍ରେସ ମେଣ୍ଟ ୪୭ଟି ଆସନ ଅକ୍ତିକାର କରିବା ସହ ସରକାର ଗଢ଼ିବାରେ ସଫଳ ହୋଇଥିଲା ।
Comments are closed.